ଆଗାମୀ ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ଆସନ୍ତାକାଲି ଯାଏ ବର୍ଷା ଜାରି ରହିବ । ଆଗାମୀ ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବଜ୍ରପାତ, କୁଆପଥର ମାଡ଼ ସହ ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହପରି ବିଜୁଳି, ଘଡ଼ଘଡ଼ି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେହିପରି ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୫ ତାରିଖରୁ ବର୍ଷା ପରିମାଣ କମିବ । ଦୁଇ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ ବଡ଼ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ପରେ ରାତି ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ଖସିପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.