ଆଗାମୀ ୪୮ ଘଣ୍ଟା ଭିତରେ ପ୍ରବଳ ବର୍ଷିବ,୧୫ ଜିଲ୍ଲାକୁ ବଜ୍ରପାତ ସତର୍କତା କଲା ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ): ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଅଞ୍ଚଳ ଓ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବ । ୧୫ ଜିଲ୍ଲାକୁ ବଜ୍ରପାତ ସତର୍କତା କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ମାଲକାନଗିରି, କୋରାପୁଟ, ରାୟାଗଡା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ବାଲେଶ୍ୱର, ଭଦ୍ରକ୍, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳର ଗୋଟେ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.