୫ ଦିନ ଯାଏ ବର୍ଷା ଲାଗି ରହିବ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା । ୫ ଦିନ ଯାଏ ବର୍ଷା ଲାଗି ରହିବ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଭୀଷଣ ବର୍ଷା ଯୋଗୁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି । ସେହିପରି ଖାଲୁଆ ଅଞ୍ଚଳରେ ପାଣି ଜମିପାରେ । ସେହିପରି ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.