ଆଜିଠୁ ୧୦ ତାରିଖ ଯାଏଁ କାଚିବ ବର୍ଷା, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଆଜିଠୁ ୧୦ ତାରିଖ ଯାଏଁ ଅବିଶ୍ରାନ୍ତ ବର୍ଷା। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ତତସଂଲଗ୍ନ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୪.୫ କିଲୋମିଟର ଯାଏ ବ୍ୟାପିଛି । ପ୍ରଭାବରେ ଆସନ୍ତା ୭ ତାରିଖରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ରାଜ୍ୟରେ ମୌସୁମୀର ସକ୍ରିୟତା ଓ ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ପରିମାଣ ବଢ଼ିବ । ଆଜିଠୁ ୧୦ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଓ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୭ ସେଣ୍ଟିମିଟରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ପାଇଁ ପ୍ରବଳ ବର୍ଷା ସମ୍ଭାବନା ଯୋଗୁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୭ ତାରିଖରେ ଅଧିକ ବର୍ଷା ହେବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଜୁନ ୧ରୁ ଏଯାଏ ରାଜ୍ୟରେ ୫୩୦.୯ ମିମି ବର୍ଷା ହୋଇଛି । ଯାହାକି ଏହି ସମୟ ମଧ୍ୟରେ ସ୍ୱାଭାବିକ ବର୍ଷା ୬୧୫.୬ ମିମି ତୁଳନାରେ ୧୪ ପ୍ରତିଶତ କମ । ଏଯାଏ ଗୋଟିଏ ଜିଲ୍ଲାରେ ଅଧିକ ବର୍ଷା ଓ ୨୧ ଜିଲ୍ଲାରେ ସ୍ୱାଭାବିକ ବୃଷ୍ଟିପାତ ହୋଇଛି । ୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.