ରାଜ୍ୟ

ଆଜିଠୁ ତିନି ଦିନ ଯାଏଁ ପ୍ରବଳ ବର୍ଷା, ୧୦ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଆଜିଠୁ ତିନି ଦିନ ଛେଚିବ ବର୍ଷା। ଉତ୍ତରପୂର୍ବ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର। ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବ। ପ୍ରଭାବରେ ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ସ୍ଥାନେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ମାଲକାନଗିରି, କୋରାପୁଟ, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ସେହିପରି ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା ସମେତ ୧୦ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

୨୧ ତାରଖରେ ୧୦ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଦେଓଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନଗୁଳ, ନୂଆପଡ଼ା, ବଲାଙ୍ଗୀର ଓ ସୋନପୁର ଜିଲ୍ଲାକୁ ରହିଛି ଅରେଞ୍ଜ ଓ୍ଵାର୍ଣ୍ଣିଂ। ୬ଟି ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ବର୍ଷା ମୁକାବିଲା ପାଇଁ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ କହିଛନ୍ତି ଏସଆରସି । ଧୀବରମାନଙ୍କ ପାଇଁ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରାଯାଇଛି ।

KNews Bureau

Recent Posts

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

11 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

37 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

41 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

43 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

49 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

1 hour ago