ବାତ୍ୟା ପ୍ରଭାବରେ ବର୍ଷା: ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ବାତ୍ୟା ପ୍ରଭାବରେ ଓଡ଼ିଶାରେ ଚାଲିଛି ବର୍ଷା । ଗତକାଲି ରାତିରୁ ଉପକୂଳ ସମେତ ଦକ୍ଷିଣ ଓଡ଼ିଶା ଜିଲ୍ଲାରେ ବର୍ଷିଛି । ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୪ ଘଣ୍ଟାରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ହାଲୁକା ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ଆଜି ଓ ଆସନ୍ତାକାଲି ଓଡ଼ିଶା ଉପକୂଳ ଜିଲ୍ଲାରେ ୪୦-୫୦ କିଲୋମିଟର ଓ ସର୍ବାଧିକ ୬୦ କିଲୋମିଟର ବେଗରେ ପବନ ବହିପାରେ । …

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.