୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଆଜି ଓ ଆସନ୍ତାକାଲି ବର୍ଷାର ପ୍ରଭାବ ଅଧିକ ରହିବ । କିଛି ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଥିବା ବେଳେ କିଛି ସ୍ଥାନରେ ଝିପିଝିପି ବର୍ଷା ହେଉଛି । ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ରହିଛି ବର୍ଷା ପ୍ରଭାବ

କେନ୍ୟୁଜ୍(ବ୍ୟୁରୋ):   ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ ବଙ୍ଗ ଓ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ ରାଜ୍ୟବ୍ୟାପୀ ଲାଗି ରହିଛି ବର୍ଷା। ଆଜି ଓ ଆସନ୍ତାକାଲି ବର୍ଷାର ପ୍ରଭାବ ଅଧିକ ରହିବ । କିଛି ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଥିବା ବେଳେ କିଛି ସ୍ଥାନରେ ଝିପିଝିପି ବର୍ଷା ହେଉଛି । ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ରହିଛି ବର୍ଷା ପ୍ରଭାବ । ଆଜି ସାରା ରାଜ୍ୟର୍ ପ୍ରଭାବ ଜାରି ରହିବ । ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୭ରୁ ୨୦ ସେମି ବର୍ଷା ହୋଇପାରେ ।

ସେହିପରି ୧୮ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ସେହିପରି ଆସନ୍ତାକାଲି ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ୨୨ ତାରିଖ ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଗତ ୨୪ ଘଣ୍ଟାରେ କୋରାପୁଟରେ ସର୍ବାଧିକ ୧୬୮ ମିମି ବର୍ଷା ରେକର୍ଡ କରାଯାଇଛି। ଏବେ ଲଘୁଚାପ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଆସନ୍ତାକାଲି ପରେ ବର୍ଷା ପ୍ରଭାବ କମିବ ।

ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୧୦୪୧.୩ ମିମି ବର୍ଷା ରେକର୍ଡ ହୋଇଛି। ସ୍ବାଭାବିକ ବୃଷ୍ଟିପାତ ୧୦୯୧.୧ ମିମି ତୁଳନାରେ ୫ ପ୍ରତିଶତ କମ୍ । ୨ଟି ଜିଲ୍ଲା ବୌଦ୍ଧ ଓ ଝାରସୁଗୁଡାରେ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ଟି ଜିଲ୍ଲାରେ ନିଅଣ୍ଟିଆ ଓ ୨୫ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.