ରାଜ୍ୟରେ ସକ୍ରିୟ ରହିଛି କାଳବୈଶାଖୀ, ଆସନ୍ତା ୨୪ ଘଣ୍ଟା ପାଇଁ ୧୭ଟି ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ସକ୍ରିୟ ରହିଛି କାଳବୈଶାଖୀ । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ପବନ ଜାରି ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ୧୭ଟି ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଓ୍ଵାର୍ଣ୍ଣିଂ । ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲା । ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ପବନ ହେବ ।

ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବାକି ୧୩ଟି ଜିଲ୍ଲାକୁ ୟେଲୋ ସତର୍କତା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୫ ତାରିଖ ପାଇଁ ୯ଟି ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନଗିରି, ଗଜପତି ଓ ରାୟଗଡ଼ାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.