ଆଗାମୀ ୨୪ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା: ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ବର୍ଷା। ମୌସୁମୀ ପ୍ରଭାବରେ ବର୍ଷା ଜାରି। ଆଜିଠୁ ୪ଦିନ ଯାଏ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୨୪ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ସୋନପୁରକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ସେହିପରି ପ୍ରବଳ ବର୍ଷା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାମାନଙ୍କର କିଛି ସ୍ଥାନରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସହ ତଳିଆ ଅଞ୍ଚଳରେ ପାଣି ଜମି ରହିବାର ଆଶଙ୍କା ଥିବାରୁ ସତର୍କ କରାଯାଇଛି। ରାସ୍ତା ଓ କଚ୍ଚା ଘର କ୍ଷତିଗ୍ରସ୍ତ ହୋଇପାରେ।

ଏହା ସହ ପାଣି ଜମିରହିଲେ ନିଷ୍କାସନ ପାଇଁ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି। ସେହିପରେ ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୩ଜିଲ୍ଲାରୁ ଅରେଞ୍ଜ ୱାର୍ଣ୍ଣିଂ ହୋଇଛି। ପ୍ରବଳ ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଜୁନ ୧ରୁ ଏଯାଏ ରାଜ୍ୟରେ ସ୍ୱାଭାବିକ ବୃଷ୍ଟିପାତ ହୋଇଛି। ଆଜି ସୁଦ୍ଧା ରାଜ୍ୟରେ ୪୪୬.୮ମିମି ବର୍ଷା ହୋଇଛି। ୪ଜିଲ୍ଲାରେ ଅଧିକ ବର୍ଷା ହୋଇଥିବା ବେଳେ ୨୪ଟି ଜିଲ୍ଲାରେ ସ୍ୱାଭାବିକ ବୃଷ୍ଟିପାତ ହୋଇଛି। ୨ଟି ଜିଲ୍ଲା ସମ୍ବଲପୁର ଓ ସୁନ୍ଦରଗଡ଼ରେ ନିଅଣ୍ଟିଆ ବର୍ଷା ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.