ଆସନ୍ତା ୨୪ ଘଣ୍ଟାରେ ବର୍ଷା, ୫ ଜିଲ୍ଲାକୁ ୧୨ ତାରିଖ ଯାଏଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଆସନ୍ତା ୨୪ ଘଣ୍ଟାରେ ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଏକ ଓ୍ବେଲମାର୍କଡ୍ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା  ଏବେ ପୂର୍ବକେନ୍ଦ୍ରୀୟ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତ ହୋଇ ରହିଛି । ଆସନ୍ତା ୨୪ ଘଣ୍ଟାରେ ଏହା  ଘନୀଭୂତ ହୋଇ ଏକ ଅବପାତ ବା ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର  ପ୍ରଭାବରେ  ଆସନ୍ତା ୧୧ ତାରିଖଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବିଶେଷକରି ରାଜ୍ୟର ମାଲକାନଗିରି, ଗଜପତି, କୋରାପୁଟ, ରାୟଗଡା, ଗଞ୍ଜାମ, ପୁରୀ, ଜଗତସିଂହପୁର,ବରଗଡ଼,ଝାରସୁଗୁଡା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୨ ତାରିଖରେ ରାଜ୍ୟର ଗଜପତି, ଗଞ୍ଜାମ, ରାୟଗଡ଼ା ଓ ପୁରୀ ଓ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଅର୍ଥାତ ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ମାଲକାନଗିରି, କନ୍ଧମାଳ,ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.