ଆଜି ଓ ଆସନ୍ତାକାଲି ହେବ ପ୍ରବଳ ବର୍ଷା,୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହେଉଛି। ଆସନ୍ତା ୨୪ ଘଣ୍ଟାରେ ଏହା ଅବପାତର ରୂପ ନେବ । ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଆଜି ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ । ଏହି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଗଂଜାମ, ବାଲେଶ୍ୱର, ନୟାଗଡ଼, ଅନୁଗଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୧୪ ତାରିଖ ପର୍ଯ୍ୟନ୍ତ ବର୍ଷିବ ।

ଲଘୁଚାପ ବର୍ଷା ପାଇଁ ଏସଆରସିଙ୍କ ପକ୍ଷରୁ ସବୁ ଜିଲ୍ଲାକୁ ଆଲର୍ଟ କରାଯାଇଛି । ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି । ତଳିଆ ଅଞ୍ଚଳରେ ଜଳବନ୍ଦୀ ଓ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଜନିତ ପରିସ୍ଥିତି ଉପରେ ନଜର ରଖିବାକୁ କୁହାଯାଇଛି । ସେହିପରି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ମତ୍ସ୍ୟଜୀବୀମାନେ ୧୪ ତାରିଖ ଯାଏ ମାଛ ଧରିବା ପାଇଁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।..

Leave A Reply

Your email address will not be published.