ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଭୀଷଣ ବର୍ଷା, ୯ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଉତ୍ତର ଓଡ଼ିଶା ଓ ପାଖାପାଖି ଅଞ୍ଚଳରେ ଲଘୁଚାପ କ୍ଷେତ୍ର କେନ୍ଦ୍ରୀଭୂତ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଭୀଷଣ ବର୍ଷା ହେବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଏଥିସହ ଉତ୍ତର ଓଡ଼ିଶା ଓ ପାଖାପାଖି ଅଞ୍ଚଳରେ ଲଘୁଚାପ କ୍ଷେତ୍ର କେନ୍ଦ୍ରୀଭୂତ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଭୀଷଣ ବର୍ଷା ହେବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଝାରୁସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ସୋନପୁର, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

ସେହିପରି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୨୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ

You might also like