ଆଜିଠୁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବଢିବ ବର୍ଷାର ପରିମାଣ, ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିପାରେ । ଏପଟେ ମୌସୁମୀ ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ ।

କେନ୍ୟୁଜ୍(ବ୍ୟୁରୋ): ଆଜି ଲଘୁଚାପ!। ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ୭.୬ କିମି ଉଚ୍ଚତା ଯାଏ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଆଜିଠୁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବଢିବ ବର୍ଷାର ପରିମାଣ ।

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦିଆଯାଇଛି । ଏଥିରୁ ସୋନପୁର, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାର କିଛି ସ୍ଥାନରେ ହୋଇପାରେ ଅତି ଭୀଷଣ ବର୍ଷା । ସେହିପରି ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିପାରେ । ଏପଟେ ମୌସୁମୀ ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.