Below header

ଉତ୍ତର- ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ, ୨୮ ତାରିଖ ଯାଏଁ ପ୍ରବଳ କାଚିବ, ୧୧ଟି ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):  ଉତ୍ତର- ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେଇଛି ।  ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସହ ଅଗଷ୍ଟ ୨୮ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାର ପ୍ରଭାବରେ ବର୍ଷା ଆରମ୍ଭ ହୋଇଗଲାଣି   । ଆସନ୍ତାକାଲି ପାଇଁ ୧୧ଟି ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ୬ ଟି ଜିଲ୍ଲାକୁ ଅରେଞ୍ଜ ଓ ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ , ଅନୁଗୁଳ ଓ ଦେଓଗଡ଼କୁ ରେଡ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୬ଟି ଜିଲ୍ଲାକୁ ଅରେଞ୍ଜ ଓ ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି ।

୨୭ ତାରିଖ ସନ୍ଧ୍ୟା ସୁଦ୍ଧା ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଉପକୂଳ ଓଡିଶାର ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସମ୍ବଲପୁର, ସୋନପୁର, ବରଗଡ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ଏବଂ ଦେବଗଡ଼ ଜିଲ୍ଲା ପାଇଁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡା, ସୁନ୍ଦରଗଡ, ନବରଙ୍ଗପୁର, କନ୍ଧମାଳ, ଅନୁଗୁଳ, ଏବଂ କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଢ଼େଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ଏବଂ ଯାଜପୁର ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୮ ତାରିଖ ସନ୍ଧ୍ୟା ସୁଦ୍ଧା ରାଜ୍ୟର ବରଗଡ, ନୂଆପଡା, ବଲାଙ୍ଗୀର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥଇବାରୁ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.