ବଙ୍ଗୋପସାଗରରେ ଲଘୁଚାପ ନେଲା ଅବପାତ ରୂପ, ୪ ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ):  ବଙ୍ଗୋପସାଗରରେ ଲଘୁଚାପ ନେଲା ଅବପାତ ରୂପ । ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗେପେସାଗର ଅଞ୍ଚଳରେ ଅବପାତର ରୂପ ନେଇଛି । ପାରାଦୀପଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୧୮୦ କିମି ଦୂରରେ ସକ୍ରିୟ ରହିଛି ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ।  ଏହାପରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବ । ଆସନ୍ତାକାଲି ଅପରାହ୍ନରେ ସାଗର ଦ୍ୱୀପପୁଞ୍ଜ ଓ ବାଂଲାଦେଶ ଖେପୁପାରାଠାରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଓଡ଼ିଶାର ୪ଟି ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲା ପାଇଁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଉପକୂଳବର୍ତ୍ତୀ ୬ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ ଓ ଗଜପତି ଜିଲ୍ଲାକୁ  ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହାସହ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ସମ୍ଭାବ୍ୟ ଅବପାତ ଓ ପବନର ବେଗ ପାଇଁ ଗୋପାଳପୁର, ପୁରୀ ବନ୍ଦରକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି । ଗତ ୨୪ ଘଣ୍ଟାରେ ପାରାଦୀପରେ ସର୍ବାଧିକ ୭୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଗୋପାଳପୁର ୧୮.୧, ପୁରୀ ୧୮ ମିଲିମିଟର, ଚାନ୍ଦବାଲି ୫୯.୮ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱରରେ ୧୫ ଦଶମିକ ୯ ମିଲିମିଟର ବର୍ଷା ହୋଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.