ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହେଉଛି । ଆସନ୍ତା ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଓଡ଼ିଶା ଦେଇ ଅତିକ୍ରମ କରିବ । ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୫ ଜିଲ୍ଲା ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ ଓ ଅନୁଗୋଳ ଜିଲ୍ଲା ପାଇଁ ଜାରି ହୋଇଛି ରେଡ୍‌ ଓ୍ଵାର୍ଣ୍ଣିଂ। ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ସେହିପରି ୮ ଜିଲ୍ଲାରୁ ଅରେଞ୍ଜ ଓ ୧୬ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୧୬ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ । ସମ୍ଭାବ୍ୟ ଜଳବନ୍ଦୀ ସ୍ଥିତି ଉପରେ ନଜର ରଖିବା ପାଇଁ ବିଭିନ୍ନ ଜିଲ୍ଲାପାଳମାନଙ୍କୁ ଆଲର୍ଟ କରାଯାଇଛି । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ବି ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.