୨୪ ଘଣ୍ଟା ପାଇଁ ୧୬ ଜିଲ୍ଲାକୁ ଝଡ଼ବର୍ଷାର ସତର୍କ ସୂଚନା ଜାରି

କେନ୍ୟୁଜ୍(ବ୍ୟୁରୋ):  ୨୪ ଘଣ୍ଟା ପାଇଁ ୧୬ ଜିଲ୍ଲାକୁ ଝଡ଼ବର୍ଷାର ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ  ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ଝଡବର୍ଷା ସହ ବଜ୍ରପାତ ହୋଇପାରେ।

ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିପାରେ ବୋଲି ଅନୁମାନ କରିଛି  ପାଣିପାଗ ବିଭାଗ।  ସେହିପରି ନବରଙ୍ଗପୁର, କୋରାପୁଟ, ମାଲକାନଗିରିର କିଛି ଅଞ୍ଚଳରେ ଝଡବର୍ଷା ସହ କୁଆପଥର ମାଡ଼ ମଧ୍ୟ ହୋଇପାରେ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.