Below header

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ କାଳ ବୈଶାଖୀ ସହ ବଜ୍ରପାତ ଆଶଙ୍କା, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ କାଳ ବୈଶାଖୀ ସହ ବଜ୍ରପାତ ଆଶଙ୍କା। ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନ ଓ ଅବଶିଷ୍ଟ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହ ବଜ୍ରପାତର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। କାଳବୈଶାଖୀ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼ ଓ ଖୋର୍ଦ୍ଧାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ଘଡ଼ଘଡ଼ି ମାରିବାର ଆଶଙ୍କା ରହିଛି। ରାଜ୍ୟରେ ସୁବର୍ଣ୍ଣପୁରର ତାପମାତ୍ରା ସର୍ବାଧିକ ୪୦.୮ଡିଗ୍ରୀ ସେଲ୍‌ସିୟମ ରେକର୍ଡ କରାଯାଇଛି। ଆଗାମୀ ତିନିଦିନ ପର୍ଯ୍ୟନ୍ତ ସର୍ବୋଚ୍ଚ ତାପମାତ୍ରାରେ ଅପରିବର୍ତ୍ତିତ ରହିବ। ଏହା ପରେ ତାପମାତ୍ରା ୨ରୁ ୩ଡିଗ୍ରୀ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.