ଆଜି ଓ ଆସନ୍ତାକାଲି ପ୍ରବଳ କାଚିବ ମେଘ, ଆଜି ପାଇଁ ୧୮ ଓ କାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଦୁଇ ଦିନ ପ୍ରବଳ ବର୍ଷିବ। ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତାକାଲି ପାଇଁ ଉପକୂଳ ଓଡ଼ିଶାର ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ବଙ୍ଗୋପସାଗରରେ ଥିବା ଘୁର୍ଣ୍ଣିବଳୟ ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଲାଗିରହିଛି। ପ୍ରବଳ ବର୍ଷା ଯୋଗୁଁ ଟ୍ଵିନ୍‌ସିଟିର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡିଛି। ଆଗାମୀ ତିନିଘଣ୍ଟାରେ ଭୁବନେଶ୍ୱର, କଟକ ସମେତ ୨୦ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ତେବେ ୨୧ ତାରିଖ ଠାରୁ ବର୍ଷାର ପରିମାଣ କମିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଚଳିତ ମୌସୁମୀ ଋତୁରେ ଜୁନ୧ରୁ ସେପ୍ଟେମ୍ବର ୧୯ ତାରିଖ ମଧ୍ୟରେ ରାଜ୍ୟରେ ୯୫୮.୫ ମିମି ବର୍ଷା ରେକର୍ଡ ହୋଇଛି। ଯାହା ସ୍ୱାଭାବିକ ବୃଷ୍ଟିପାତ ୧୦୯୨.୮ ମିମି ଠାରୁ ୧୨ ପ୍ରତିଶତ କମ୍‌। ୨ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ ୨୦ରୁ ୩୦ ପ୍ରତିଶତ ଅଧିକ ବର୍ଷା ହୋଇଥିବା ବେଳେ ୧୮ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି। ତେବେ ୧୦ଟି ଜିଲ୍ଲାରେ ଏବେ ବି ସ୍ୱାଭାବିକ ଠାରୁ କମ୍‌ ବର୍ଷା ରେକର୍ଡ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.