Below header

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭବାନା, ୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ପୁଣି ଲଘୁଚାପ ସମ୍ଭାବନା । ଆସନ୍ତା ୨୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସଗାରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ସେପଟେ ୱେଲ ମାର୍କଡ ଲୋପ୍ରେସରରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟ ସାରା ବିକ୍ଷିପ୍ତ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭବାନା ରହିଛି। ଆଜି ୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଗତ ୨୪ ଘଣ୍ଟାରେ ବରଗଡ଼ ଜିଲ୍ଲାର ଅମ୍ବାଭୋନା ଠାରେ ସର୍ବାଧିକ ୧୫୫ମିମି ବର୍ଷା ରେକର୍ଡ ହୋଇଛି। ଲଘୁଚାପ ବର୍ଷା ପ୍ରଭାବରେ ନିଅଣ୍ଟିଆ ବର୍ଷା ସାମାନ୍ୟ ଭରଣା ହୋଇଛି। ବର୍ତ୍ତମାନ ୧୧ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଜୁନ ୧ରୁ ଜୁଲାଇ ୨୧ ତାରିଖ ମଧ୍ୟରେ ରାଜ୍ୟରେ ସ୍ୱାଭାବିକ ଠାରୁ ୧୭ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୪୮୭.୯ ମିମି ବର୍ଷା ହୋଇଥିବା ବେଳେ ଯାଜପୁରରେ ୪୫ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି।.

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.