Below header

କାଲି ସୁଦ୍ଧା ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର(କେନ୍ୟୁଜ୍): ରାତିରେ ପ୍ରବଳ ବର୍ଷା।  ଆସନ୍ତାକାଲି ସୁଦ୍ଧା ରାଜ୍ୟର ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ୧୦ ଜିଲ୍ଲା ମଧ୍ୟରେ ଅଛନ୍ତି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ଅନୁଗୁଳ । ଏହା ସହିତ ଏହି ଜିଲ୍ଲା ଗୁଡିକରେ ବର୍ଷା ଓ ବଜ୍ରପାତ ବିପଦଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

କେବଳ ଏତିକି ନୁହେଁ ରାଜ୍ୟର ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। ଏହି ୧୧ ଜିଲ୍ଲା ମଧ୍ୟରେ ଅଛନ୍ତି କଳାହାଣ୍ଡି, ନବରଙ୍ଗପୁର, କଟକ, ଢ଼େଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର ଏବଂ ବାଲେଶ୍ୱର ଜିଲ୍ଲା। ଏହି ସବୁ ଜିଲ୍ଲା ଗୁଡିକୁ ମଧ୍ୟ ୟେଲେ ୱାର୍ଣ୍ଣିଂ ଜାରି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.