ପାଣିପାଗ ଅପଡେଟ:ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବ,୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

କେନ୍ୟୁଜ୍ (ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା। ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୫ ତାରିଖ ଯାଏଁ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ରାଜ୍ୟର ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଯାଜପୁର ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ ଓ ଗଞ୍ଜାମ, କନ୍ଧମାଳ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏପଟେ ଭୁବନେଶ୍ୱର ଓ କଟକ ସହରରେ ବର୍ଷା ଓ ବଜ୍ରପାତ ସମ୍ଭାବନା ଥିବା ପାଣିପାଗ ବିଭାଗ ସତର୍କ କରିଛି । ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ୫ ତାରିଖ ଯାଏଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ମନା କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.