ଆସନ୍ତାକାଲି ଦିନ ୮ଟା ୩୦ ଯାଏ ଖୁବ୍ ବର୍ଷିବ, ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ପୁଣି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣବଳୟ । ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ । ପ୍ରଭାବରେ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ଦିନ ୮ଟା ୩୦ ଯାଏ ଗଞ୍ଜାମ, ଗଜପତି, କନ୍ଧମାଳ ଓ ପୁରୀରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ଥିବାରୁ ଏହି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଖୋର୍ଦ୍ଧା ସମେତ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨ ତାରିଖ ଦିନ ୮ଟା ୩୦ ଯାଏ ୫ ଜିଲ୍ଲାକୁ ୟେଲୋ ଓ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।.
ଏଥିସହିତ କାଲାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ଆନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, କଟକ, ଖୋର୍ଧା, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ କୁହାଯାଇଛି।
ସେହିପରି ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଗଞ୍ଜାମ, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ବୌଦ୍ଧ ଏବଂ ଖୋର୍ଧା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ସତର୍କ କରାଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।