Below header

ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ):  ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ବର୍ଷାକୁ ନଜରରେ ରଖି ରାଜ୍ୟର ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ତରଫରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ଓ୍ଵାର୍ଣ୍ଣିଂ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ନୂଆପଡା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ରାୟଗଡା, ମାଲକାନଗିରି, କୋରାପୁଟ, ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ , ଢେଙ୍କାନାଳ, ସୁନ୍ଦରଗଡ଼ , କେନ୍ଦୁଝର, ମୟୂରଭଞ୍ଜ , ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।୨୪ ଘଣ୍ଟା ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି। ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରିସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଲେ SRC ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.