ରାଜ୍ୟ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା,୧୧ଟି ଜିଲ୍ଲା ୟେଲୋଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

କେନ୍ୟୁଜ(ବ୍ୟୁରୋ): ଓଡ଼ିଶାର ୧୧ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାର ଗୋଟେ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବାର କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅପରାହ୍ଣରେ ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ରବିବାର ସନ୍ଧ୍ୟା ସୁଦ୍ଧା ଉପକୂଳ ଓଡିଶା, ଅନୁଗୁଳ, ସୁନ୍ଦରଗଡ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ରାୟାଗଡା, ନୁଆପଡାର ଗୋଟେ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିଭଳି ରାଜ୍ୟର ୧୧ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି | କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କଟକ, ପୁରୀ, ରାୟଗଡା, ଗଜପତି, କନ୍ଧମାଳ, କଳାହାଣ୍ଡି, କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Sasmita

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago