ଆଗାମୀ ୩ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା,୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତାକାଲି ପଶ୍ଚିମା ଝଡ଼ର ସର୍ବାଧିକ ପ୍ରଭାବ ସମ୍ଭାବନା ରହିଛି । ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ

କେନ୍ୟୁଜ୍(ବ୍ୟୁରୋ): ପ୍ରଭାବ ଦେଖାଇବ ପଶ୍ଚିମାଝଡ଼ । ଆଗାମୀ ୩ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ୨୪ ଘଣ୍ଟା ପାଇଁ ବିଜୁଳି ଓ ଘଡ଼ଘଡ଼ି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ କୁଆପଥର ମାଡ଼ ହୋଇପାରେ ।

ଆସନ୍ତାକାଲି ପଶ୍ଚିମା ଝଡ଼ର ସର୍ବାଧିକ ପ୍ରଭାବ ସମ୍ଭାବନା ରହିଛି । ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ପାଇଁ କେନ୍ଦୁଝର, ଅନୁଗଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତସିହଂପୁର ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟାପ୍ରତି ୫୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ଯାଜପୁର, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ

Leave A Reply

Your email address will not be published.