ମହାଷ୍ଟମୀରେ ଭିଜିବ ପୁରା ରାଜ୍ୟ, ୨ତାରିଖରୁ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 

କେନ୍ୟୁଜ୍(ବ୍ୟୁରୋ): ଫିକା ପଡ଼ିବ ପାର୍ବଣ। ଦଶହରାରେ ପ୍ରବଳ ବର୍ଷା। ଅକ୍ଚୋବର ୨ତାରିଖ ମହାସପ୍ତମୀରୁ ଭିଜିବ ଉପକୂଳ ଓଡ଼ିଶା। ପ୍ରବଳ ବର୍ଷା ପାଇଁ ୨ତାରିଖରୁ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୩ତାରିଖରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷାର ଚେତାବନୀ। ମହାଷ୍ଟମୀରେ ଭିଜିବ ପୁରା ରାଜ୍ୟ। ୩ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୧ତାରିଖ ବେଳକୁ ଉତ୍ତର-ପୂର୍ବ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ହେବ ବର୍ଷା। ସେପଟେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି।… ଚଳିତ ମୌସୁମୀ ଋତୁରେ ଜୁନ ୧ରୁ ସେପ୍ଟେମ୍ବର ୨୯ ତାରିଖ ମଧ୍ୟରେ ରାଜ୍ୟରେ ୧୧୮୭.୬ ମିମି ବର୍ଷା ରେକର୍ଡ ହୋଇଛି। ଏହି ସମୟ ମଧ୍ୟରେ ସ୍ୱାଭାବିକ ବୃଷ୍ଟିପାତ ୧୧୪୪.୩ ମିମି ଠାରୁ ୪ ପ୍ରତିଶତ ଅଧିକ ବର୍ଷା ହୋଇଛି। ୪ଟି ଜିଲ୍ଲାରେ ଅଧିକ ବର୍ଷା ହୋଇଥିବା ବେଳେ ଗୋଟିଏ ଜିଲ୍ଲା ଭଦ୍ରକରେ ନିଅଣ୍ଟିଆ ଓ ଅନ୍ୟ ୨୫ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.