୫ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହେବ ବର୍ଷା, ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଆଗାମୀ ୨୪ ଘଣ୍ଟାରେ ଉତ୍ତର ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟ ସମସ୍ତ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ଆଗାମୀ ୫ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପୂର୍ବାନୂମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୨୪ ଘଣ୍ଟାରେ ଉତ୍ତର ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟ ସମସ୍ତ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଆସନ୍ତାକାଲି ୭ଟି ଜିଲ୍ଲାରେ ଓ ୧୦ତାରିଖରେ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଚଳିତ ମୌସୁମୀ ଋତୁରେ ଜୁନ ୧ରୁ ଏପର୍ଯ୍ୟନ୍ତ ୨୨୭.୨ ମିମି ବର୍ଷା ରେକର୍ଡ ହୋଇଛି। ଯାହା ସ୍ୱାଭାବିକ ବର୍ଷା ୨୮୬.୮ ମିମି ବର୍ଷା ଠାରୁ ୨୪ ପ୍ରତିଶତ କମ୍‌ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.