ଲଘୁଚାପ ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା,୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଆହୁରି ୩ଦିନ ପ୍ରବଳ ବର୍ଷିବ। ଲଘୁଚାପ ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ୭ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୪ଟି ଜିଲ୍ଲାରେ ଅତିପ୍ରବଳ ଓ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଖୋର୍ଦ୍ଧା, କଟକ, ଗଜପତି, ରାୟଗଡ଼ା, ନୟାଗଡ଼, ବୌଦ୍ଧ, ପୁରୀ, ବଲାଙ୍ଗିର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ଏହି ସବୁ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତଳିଆ ଅଞ୍ଚଳ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଯାଇଛି। ୭ ତାରଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.