ରାଜ୍ୟରେ ବଢିବ ବର୍ଷାର ପରିମାଣ: ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟରେ ପୁଣି ବଢିବ ବର୍ଷା। ୨୭ ତାରିଖରୁ ବଢିବ ବର୍ଷାର ବିସ୍ତୃତ । ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ବିଜୁଳି ଓ ଘଡ଼ଘଡ଼ି ପାଇଁ ଆଜି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ଓ ୨୬ ତାରିଖରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କିନ୍ତୁ ୨୭ ତାରିଖରୁ ବଢିବ ବର୍ଷାର ପରିମାଣ। ପ୍ରବଳ ବର୍ଷା ପାଇଁ ୬ଟି ଜିଲ୍ଲା କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ରାଜ୍ୟରେ ଚଳିତ ମୌସୁମୀ ଋତୁରେ ଜୁନ ୧ରୁ ସେପ୍ଟେମ୍ବର ୨୪ତାରିଖ ମଧ୍ୟରେ ୧୧୬୮.୩ ମିମି ବର୍ଷା ରେକର୍ଡ ହୋଇଛି। ଯାହା ସ୍ୱାଭାବିକ ବୃଷ୍ଟିପାତ ୧୧୨୦.୩ ମିମି ଠାରୁ ୪ ପ୍ରତିଶତ ଅଧିକ। ୫ଟି ଜିଲ୍ଲାରେ ଅଧିକ ବର୍ଷା ହୋଇଥିବା ବେଳେ ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.