ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା,୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି

କେନ୍ୟୁଜ(ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲାର କିଛି ସ୍ଥାନରେ ୭ରୁ ୨୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ପ୍ରବଳ ବର୍ଷା ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏ ସବୁ ଜିଲ୍ଲା ହେଲା ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଅନୁଗୁଳ ଓ ନୟାଗଡ଼, ବୌଦ୍ଧ, ପୁରୀ ଓ ଖୋର୍ଦ୍ଧା ।

ଏପଟେ ଗତକାଲିର ଘୁର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ପାଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳରେ ବାୟୁମଣ୍ଡଳରେ ୭ ଦଶମିକ ୬ କିଲୋମିଟର ଉଚ୍ଚତା ଯାଏଁ ସକ୍ରିୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଂଚଳରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି ।

ମତ୍ସ୍ୟଜୀବୀମାନଙ୍କୁ ୨୦ରୁ୨୨ ଯାଏଁ ସମୁଦ୍ରକୁ ବାରଣ କରାଯାଇଛି । ସକ୍ରିୟ ମୌସୁମୀ ପ୍ରବାହ ତଥା ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡିଶା ଉପକୂଳ ତଥା ପାଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଝଡ଼ପବନ ତଥା ଝଟକା ପବନର ଘଣ୍ଟାପ୍ରତି ବେଗ ୪୦ ରୁ ୫୦କିମି ସମ୍ଭାବନା ହେତୁ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.