୨୪ ଘଣ୍ଟାରେ ଲଘୁଚାପ, ୧୪ ତାରିଖରେ ଘଡ଼ଘଡ଼ି ଓ ବଜ୍ରପାତ

କେନ୍ୟୁଜ୍(ବ୍ୟୁରୋ):୨୪ ଘଣ୍ଟାରେ ଲଘୁଚାପ ।ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରିଭାଗରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।ଏହାର ପ୍ରଭାବରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଆଗାମୀ ୨୪ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି ।

ଲଘୁଚାପ ପ୍ରଭାବରେ ୨୪ ଘଣ୍ଟା ଭିତରେ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୪ ତାରିଖରେ ଘଡ଼ଘଡ଼ି ଓ ବଜ୍ରପାତ ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୫ ତାରିଖ ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏପଟେ ଓଡ଼ିଶାର ବାକି ଅଞ୍ଚଳରୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଲେଉଟାଣି ଜାରି ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.