ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ସମ୍ଭାବନା, ଆଜି ୧୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):ମାର୍ତ୍ତାବନ-ଗଲ୍ଫ ଏବଂ ତତ-ସଂଲଗ୍ନ ମିଆଁମାର ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୫.୮ କିଲୋମିଟର ଉଚ୍ଚ ଯାଏ ବ୍ୟାପିଛି । ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

ବଜ୍ରପାତ ଓ ଘଡ଼ଘଡ଼ି ପାଇଁ ଆଜି ୧୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଞ୍ଜାମ, ଭଦ୍ରକ, କୋରାପୁଟ, ମାଲକାନଗିରି, ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା,ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନବରଙ୍ଗପୁରକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.