୨ଦିନ ପ୍ରବଳ ବର୍ଷିବ: ଆଜି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

୨୪ ଘଣ୍ଟାରେ ୪ ଜିଲ୍ଲା ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଧରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ସେହିପରି ଅନ୍ୟ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଭୁବନେଶ୍ବର(କେନ୍ୟୁଜ୍):  ରାଜଧାନୀରେ ପ୍ରବଳ ବର୍ଷା। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଭୁବନେଶ୍ବରରେ ତୀବ୍ର ବୃଷ୍ଟିପାତ । ତଳିଆ ଅଞ୍ଚଳରେ ପାଣି ଜମିଛି । ପ୍ରବଳ ବର୍ଷା ଯୋଗୁ ଯାତାୟାତ ବାଧାପ୍ରାପ୍ତ । ୨ଦିନ ପ୍ରବଳ ବର୍ଷିବ । ଆଜି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ଘଣ୍ଟାରେ ୪ ଜିଲ୍ଲା ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଧରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ସେହିପରି ଅନ୍ୟ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଗତକାଲିର ଘୂର୍ଣ୍ଣିବଳୟ ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ମଧ୍ୟଭାଗ ଓ ପାର୍ଶ୍ବବର୍ତ୍ତୀ ଛତିଶଗଡ଼ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିଲୋମିଟର ଉଚ୍ଚତା ଯାଏ ସକ୍ରିୟ ରହିଛି । ରାଜ୍ୟରେ ମୌସୁମୀ ପ୍ରବାହ ସକ୍ରିୟ !!ଥିବା ବେଳେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଗତ ୨୪ଘଣ୍ଟାରେ ବର୍ତ୍ତମାନ ସୁଦ୍ଧା ରେକର୍ଡ ହୋଇଥିବା ତଥ୍ୟ ଅନୁଯାୟୀ କୋରାପୁଟ ଜିଲ୍ଲାର ସେମିଳିଗୁଡ଼ାରେ ସର୍ବାଧିକ ୧୫୮ମିମି ବର୍ଷା ହୋଇଛି । ରାଜ୍ୟରେ ଅନ୍ୟ ୯ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ରାଜ୍ୟରେ ମୌସୁମୀ ଋତୁରେ ଏଯାଏ ୧୨ ପ୍ରତିଶତ କମ ବର୍ଷା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.