ଦିନକ ପରେ ରାଜ୍ୟକୁ ଲେଉଟିବ ଜାଡ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଦିନକ ପରେ ରାଜ୍ୟକୁ ଲେଉଟିବ ଜାଡ । ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖରେ ଶୀତଲହରୀ ପାଇଁ ୫ଟି ଜିଲ୍ଲା ଝାରସୁଗୁଡ଼ା, ବରଗଡ଼, ସୋନପୁର, ସମ୍ବଲପୁର ଓ ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। । ବିଶେଷ କରି ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିବ। ଏବେ ରାଜ୍ୟରେ ପାଗ ଶୁଖିଲା ରହିଛି।

ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୧ରୁ ୨ ଡିଗ୍ରୀ ସେଲସିୟସ କମ୍‌ ରହିଛି। ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘନକୁହୁଡ଼ିର ସମ୍ଭାବନା ରହିଥିବା କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.