ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା,୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କାଲିଠୁ ବଢିବ ବର୍ଷାର ପରିମାଣ ଓ ବିସ୍ତୃତି । ଏହି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୧୨ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ଜୁନ ୧ ଠାରୁ ବର୍ତ୍ତମାନ ସୁଦ୍ଧା ୪୭୫.୫ ମିମି ବର୍ଷା ହୋଇଥିବା ବେଳେ ସ୍ୱାଭାବିକ ବୃଷ୍ଟିପାତ ପରିମାଣ ୫୩୯.୨ମିମି ରହିଛି।

କେନ୍ୟୁଜ୍(ବ୍ୟୁରୋ): ଉତ୍ତର ଓଡ଼ିଶା ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଆଗାମୀ ୪ ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। କେତେକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ମଧ୍ୟ ରହିଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ଜଗତସିଂହପୁର ଓ ପୁରୀକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

କାଲିଠୁ ବଢିବ ବର୍ଷାର ପରିମାଣ ଓ ବିସ୍ତୃତି । ଏହି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୧୨ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ଜୁନ ୧ ଠାରୁ ବର୍ତ୍ତମାନ ସୁଦ୍ଧା ୪୭୫.୫ ମିମି ବର୍ଷା ହୋଇଥିବା ବେଳେ ସ୍ୱାଭାବିକ ବୃଷ୍ଟିପାତ ପରିମାଣ ୫୩୯.୨ମିମି ରହିଛି। ୨ଟି ଜିଲ୍ଲାରେ ଅତ୍ୟଧିକ ବୃଷ୍ଟିପାତ ହୋଇଥିବା ବେଳେ ୧୬ ଜିଲ୍ଲାରେ ସ୍ୱାଭାବିକ ଓ ୧୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। ମୁଖ୍ୟତଃ ଉପକୂଳ ଓଡ଼ିଶାର ଜିଲ୍ଲା ମାନଙ୍କରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.