ଆହୁରି ୩ ଦିନ ହେବ ବର୍ଷା,ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ସମ୍ଭାବନା ରହିଛି । ସେହିପରି ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅବଶିଷ୍ଟ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

କେନ୍ୟୁଜ୍(ବ୍ୟୁରୋ):  ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । କେଉଁଠି ଭାରୀ ବର୍ଷା ହେଉଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଗତକାଲିର ସୁଦୃଶ୍ଯ ଲଘୁଚାପ ଆଜି ଦୁର୍ବଳ ପଡ଼ି ଲଘୁଚାପରେ ପରିଣତ ହୋଇଛି । ଏବେ ଦକ୍ଷିଣ ପଶ୍ଚିମ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଉତ୍ତର ଛତିଶଗଡ଼ ଅଞ୍ଚଳରେ ରହିଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଆହୁରି ୩ ଦିନ ହେବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲା ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ଦେବଗଡ଼ ଓ ଅନୁଗୋଳକୁ ପାଣିପାଗ ବିଭାଗ ଦେଇଛି ଅରେଞ୍ଜ ୱାର୍ଣ୍ଣିଂ ।

ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ସମ୍ଭାବନା ରହିଛି । ସେହିପରି ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅବଶିଷ୍ଟ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆସନ୍ତାକାଲି ବର୍ଷା ପ୍ରଭାବ ସାମାନ୍ୟ କମିବ । କାଲି ପାଇଁ ୧୨ ଜିଲ୍ଲା ଓ ୪ ତାରିଖରେ ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ୪ ତାରିଖ ପରେ କମିବ ବର୍ଷା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.