ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା, ୭ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଚି ଲଘୁଚାପ ସକ୍ରିୟ ରହିଛି । ଲଘୁଚାପ ଏବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି। ଏହାସହ ଉତ୍ତର ଆଣ୍ଡାମାନ ସାଗରରେ ମଧ୍ୟ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪ ଦିନ ଯାଏଁ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ୭ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ପାଇଁ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ଏଥିସହ କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ବି ହୋଇପାରେ । ୧୯ ଓ ୨୦ ତାରିଖରେ ବହୁ ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ଜନିତ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରିିଛିି ପାଣିପାଗ ବିଭାଗ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.