୧୨ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

କେନ୍ୟୁଜ୍(ବ୍ୟୁରୋ): କାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ । ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

୧୨ ତାରିଖରୁ ବର୍ଷା ପରିମାଣ ଓ ବିସ୍ତୃତି ବଢ଼ିବ । ୧୨ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ୧୩ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷିବ । ୧୪ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଲାଗି ଅରେଞ୍ଜ ଆଲର୍ଟ ଜାରି କରିଛି ଆଇଏମଡି । ୧୧୫.୬ ମିମିରୁ ୨୦୪.୪ ମିମି ଯାଏ ବର୍ଷା ହୋଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.