ଶୀତରେ ଥରୁଛି ସାରା ଓଡ଼ିଶା, ଆଜି ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ଜାଡ଼ରେ ଜଡ଼ସଡ଼ ଓଡ଼ିଶା । ହାଡ଼ ଭଙ୍ଗା ଶୀତରେ ଥରୁଛି ସାରା ରାଜ୍ୟ । ଆଜିଠୁ ଦୁଇ ଦିନ ଶୀତ ଲହରୀ । କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରୀ ଜାରି ରହିବ । ଅନେକ ସ୍ଥାନରେ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଯାଏ ହ୍ରାସ ପାଇବ ରାତି ତାପମାତ୍ରା । ଶୀତ ଲହରି ନେଇ ଆଜି ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ଶୀତ ଲହରି ଅନୁଭୂତ ହେବ ।

ସେହିପରି ୯ ତାରିଖ ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ବାୟୁମଣ୍ଡଳରେ ତଳଭାଗରେ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଓ ଶୁଷ୍କ ବାୟୁ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଶୀତ ଲହରୀ ଅନୁଭୂତ ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ସମ୍ଭାବ୍ୟ ଶୀତ ଲହରୀ ନେଇ ପ୍ରଭାବିତ ଆଶଙ୍କା ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଲର୍ଟ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.