ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା। ଯେଉଁ ସବୁ ଜିଲ୍ଲା ଗୁଡିକରେ ପ୍ରବଳରୁ ପ୍ରବଳ ବର୍ଷା ହେବ ସେସବୁ ଜିଲ୍ଲା ଗୁଡ଼ିକ ହେଲା   ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର । ଏହି ୯ ଜିଲ୍ଲାର ଜନସାଧାରଣଙ୍କୁ ବର୍ଷା ସମୟରେ ସତର୍କ ରହିବାକୁ ପରାମର୍ଶ ଦେବା ସହିତ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆସନ୍ତା କାଲି ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ସମ୍ଭାବନା ଥିବା ବେଳେ ୨୧ରୁ ୨୪ ତାରିଖ ଯାଏଁ ଅନେକ ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।