Below header

ପଶ୍ଚିମ ମଧ୍ୟପ୍ରଦେଶରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର, ଆଜି ଠାରୁ ପୁଣି ବର୍ଷିବ,୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):  ଦୁଇ ଦିନର ବୀରତି ପରେ ଆଜି ଠାରୁ ପୁଣି ବର୍ଷିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।  ପଶ୍ଚିମ ମଧ୍ୟପ୍ରଦେଶରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପୁଣି ବର୍ଷିବାର ସମ୍ଭାବନା ରହିଛି। ୯ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିସବୁ ଜଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଗଜପତି ଜିଲ୍ଲା।  କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାକୁ ମଧ୍ୟ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର ଓ ମୟୂରଭଞ୍ଜର କିଛି ସ୍ଥାନରେ ପ୍ରବଳ ବର୍ଷିବ ବୋଲି ଆକଳନ କରିଛି  ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ। । ୧ ତାରିଖରେ ୮ ଜିଲ୍ଲା ପାଇଁ ପାଣିପାଗ ବିଭାଗ ତରଫରୁ  ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି ।

୨ ତାରିଖ ଦିନ ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ ଓ ମାଲକାନଗିରିର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଏହି ୩ ଦିନ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହୋଇଯାଇଛି। ବିଶେଷ କରି ଢେଙ୍କାନାଳ, ରାୟଗଡ଼ା, କେନ୍ଦୁଝର, ନବରଙ୍ଗପୁର, ଅନୁଗୁଳ, ବରଗଡ଼ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଥିବା ସୂଚନା ମିଳିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.