ଆସନ୍ତା ଦୁଇ ଦିନ ପାଇଁ ଟ୍ଵିନ୍‌ ସିଟିକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ):  ଉତ୍ତର ପଶ୍ଚିମ ବଙ୍ଗପସାଗରରେ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ ସୁଦ୍ଧା ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସମ୍ବଲପୁର ଏବଂ ସୋନପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆସନ୍ତା ଦୁଇ ଦିନ ପାଇଁ ଟ୍ଵିନ୍‌ ସିଟିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ସକାଳ ସାଢେ ୮ଟା ଯାଏ ଭୁବନେଶ୍ୱର ଓ କଟକ ପାଇଁ ଘଡ଼ଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । କାଲି ସକାଳ ସୁଦ୍ଧା ଟ୍ଵିନ୍‌ ସିଟିରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.