୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ):ରାଜ୍ୟର କେତେକ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଝଡ଼ବର୍ଷା, ବଜ୍ରପାତ ହେବାର ବ୍ୟାପକ ସମ୍ଭାବନା ରହିଛି। ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୯ ତାରଖ ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆଉ ଏହାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲଫ୍‌ କମିଶନର(ଏସ୍‌ଆର୍‌ସି)।

 କାଳବୈଶାଖୀ ପ୍ରଭାବରେ ଫୁଲବାଣୀ ସହରରେ ଘଡଘଡି ସାଙ୍ଗକୁ କୁଆପଥର ଓ ପ୍ରବଳ ବର୍ଷା ହୋଇଛି । ଫଳରେ ସହରର ବିଭିନ୍ନ ସ୍ଥାନରେ ବଡ ବଡ ଗଛ ଉପୁଡି ପଡିବା ସହ ବିଦ୍ୟୁତ୍‌୍‌ ଖୁଣ୍ଟ ଉପୁଡି ପଡିଛି । ଗଛ ଓ ବିଦ୍ୟୁତ୍‌୍‌ ଖୁଣ୍ଟ ଉପୁଡିବା ହେତୁ ଯାତାୟତ ପ୍ରଭାବିତ ହେବା ସହ ସହରରେ ବିଦ୍ୟୁତ୍‌୍‌ ବିଛିନ୍ନ ହୋଇଛି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.