ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା, ଆସନ୍ତାକାଲି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ପୁଣି ବର୍ଷା ସମ୍ଭାବନା । ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆସନ୍ତାକାଲି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, ରାୟଗଡ଼ା, ଗଜପତି ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । ଏଥିସହ ୧୨ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତର ମଧ୍ୟ ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ

ଆଜି ଅପରାହ୍ନରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ରବିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡା ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।
ସେହିପରି ଏହି ସମୟ ମଧ୍ୟରେ ରାୟଗଡା, ମାଲକାନଗିରି, କୋରାପୁଟ, ଗଜପତି, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଧା, ଗଞ୍ଜାମ, କେନ୍ଦୁୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.