୧୧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ମୁହାଁଇବ । ପ୍ରଭାବରେ ୪ ତାରିଖ ଯାଏ ପ୍ରବଳ ବର୍ଷିବ। ୨ ତାରିଖ ଯାଏ କିଛି ଜିଲ୍ଲାରେ ୧୧୫ରୁ ୨୦୪ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି । ଆଜି ୧୧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲଟ ଜାରି ହୋଇଛି ।

କେନ୍ୟୁଜ୍(ବ୍ୟୁରୋ): ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା। ଟ୍ବିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଉତ୍ତର ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ମୁହାଁଇବ । ପ୍ରଭାବରେ ୪ ତାରିଖ ଯାଏ ପ୍ରବଳ ବର୍ଷିବ। ୨ ତାରିଖ ଯାଏ କିଛି ଜିଲ୍ଲାରେ ୧୧୫ରୁ ୨୦୪ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି । ଆଜି ୧୧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲଟ ଜାରି ହୋଇଛି ।

ସେହିପରି ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୫ ତାରିଖରୁ କମିବ ବର୍ଷା ପରିମାଣ। ରାଜ୍ୟରେ ଜୁନ ୧ରୁ ସେପ୍ଟେମ୍ବର ୩୦ ଯାଏ ୧୧୧୫.୪ ମିମି ବର୍ଷା ହୋଇଛି । ଯାହାକି ସ୍ବାଭାବିକ ବର୍ଷା ତୁଳନାରେ ୩ ପ୍ରତିଶତ କମ । ଏହି ସମୟ ମଧ୍ୟରେ ୩ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ୩ ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ବାକି ୨୪ଜିଲ୍ଲାରେ ହୋଇଛି ସ୍ବାଭାବିକ ବର୍ଷା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.