ଆସନ୍ତା ୨୦ ଓ ୨୧ ତାରିଖରେ ପ୍ରବଳ ବର୍ଷିବ, ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର(କେନ୍ୟୁଜ୍): ଆସନ୍ତା ୨୦ ଓ ୨୧ ତାରିଖରେ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୦ ତାରିଖ  ମଧ୍ୟରେ ଓଡିଶାର  ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।  ଏଥିପାଇଁ ସମ୍ପୃକ୍ତ ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୦ ଓ ୨୧ରେ  ରାଜ୍ୟର ମାଲକାନଗିରି,କୋରାପୁଟ, ନବରଙ୍ଗପୁର, ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଜଗତସିଂହପୁର, ପୁରୀ, ଗଞ୍ଜାମ, କଳାହାଣ୍ଡି, କେନ୍ଦୁଝର, କଟକ, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୧ ତାରିଖରେ ୧୦ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ଗଞ୍ଜାମ, ବରଗଡ଼, ଅନୁଗୁଳ, ବଲାଙ୍ଗୀର, କଳାହାଣ୍ଡ,ସୋନପୁର, ଦେବଗଡ଼ ଓ ସମ୍ବଲପୁର। ଏହି ସବୁ ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।   ଏହାଛଡ଼ା  ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ ଓ ନୂଆପଡ଼ାରେ ପ୍ରବଳ ବର୍ଷା ହେବ । ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.