ପାଣିପାଗ ବିଭାଗ ଦେଲା ଆଶ୍ବସ୍ତିକର ଖବର: ୧୫ ତାରିଖ ଯାଏ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା

କେନ୍ୟୁଜ୍(ବ୍ୟୁରୋ):ତାତିରୁ ନିସ୍ତାର ନାହିଁ । ଅସହ୍ୟ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ । ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ମୟୂରଭଞ୍ଜରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ସେହିପରି ୧୫ ତାରିଖ ଯାଏ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଗାମୀ ୩ରୁ ୪ ଦିନ ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସରୁ ଅଧିକ ରହିପାରେ । ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.