ରାଜ୍ୟ

ଆଗାମୀ ୩ ଦିନ ଯାଏ ତାତିରୁ ନାହିଁ ନିସ୍ତାର, ହିଟ୍ ୱେଭ୍ ନେଇ ୪୮ ଘଣ୍ଟାରେ ୫ ଜିଲ୍ଲାକୁ ୟେଲୋ ଆଲର୍ଟ

କେନ୍ୟୁଜ୍(ବ୍ୟୁରୋ):  ତତଲା ତାଓ୍ଵାରେ ସିଝୁଛି ଓଡ଼ିଶା। ଆଗାମୀ ୩ ଦିନ ଯାଏ ନିସ୍ତାର ନାହିଁ । ଆସନ୍ତା ୪୮ ଘଣ୍ଟା ପାଇଁ ହିଟ୍‌ୱେଭ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଗତ ୨୪ ଘଣ୍ଟାରେ ରାଜ୍ୟର ୮ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରହିଛି । ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୨.୭ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଛି । ତାତି ବଢୁଥିବାରୁ ଦିନ ୯ଟା ପରେ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଗ୍ରୀଷ୍ମ ପ୍ରବାହ ଯୋଗୁ ଲୋକମାନେ ହଇରାଣ ହେଉଛନ୍ତି ।

ଆସନ୍ତା ୪୮ ଘଣ୍ଟା ପାଇଁ ରାଜ୍ଯ ବାସୀଙ୍କୁ ତାତିରୁ ତ୍ରାହି ନାହିଁ । ହିଟ୍ ୱେଭ୍ ନେଇ ୪୮ ଘଣ୍ଟାରେ ୫ ଜିଲ୍ଲାକୁ ୟେଲୋ ଆଲର୍ଟ, ୩ ରୁ ୫ ଡିଗ୍ରୀ ବଢିବ ରହିବ ପାରଦ ।ରାଜ୍ୟରେ ଗତ କିଛି ଦିନ ଧରି କ୍ରମାଗତ ଭାବେ ଦିନର ସର୍ବୋଚ୍ଚ ତାପମାତ୍ରା ବୃଦ୍ଧି ପାଉଛି । ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ । ବିଶେଷ କରି ୫ ଜିଲ୍ଲା ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗିର, ଓ କଳାହାଣ୍ଡିରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଦିନର ସର୍ବୋଚ୍ଚ ତାପମାତ୍ରା ଅପରିବର୍ତ୍ତିତ ରହିବା ସହ ସ୍ବାଭାବିକ ଠାରୁ  ୩ ରୁ ୫ ଡିଗ୍ରୀ ବଢିବ ତାପମାତ୍ରା। ୩ ତାରିଖ ବେଳକୁ ଆଭ୍ୟନ୍ତରୀଣ ଓଡିଶାରେ ଦୁଇ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ ବୋଲି ଆକଳନ କରିଛି କେନ୍ଦ୍ର ।

ରାଜଧାନୀରେ ଅଂଶୁଘାତ ମୁକାବିଲା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହୋଇଛି ସ୍ବତନ୍ତ୍ର ଅଂଶୁଘାତ ଓ୍ବାର୍ଡ । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି  ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ହିଟ୍ ଷ୍ଟ୍ରୋକ୍ ଓ୍ବାର୍ଡ କାର୍ଯ୍ୟକ୍ଷମ ହୋଇଛି । ଟ୍ରାଏଜ୍ ରୁମରେ ୬ଟି ବେଡ୍ ପ୍ରସ୍ତୁତ କରାଯାଇଛି। ସେହିପରି କୋଭିଡ ସଂଗରୋଧ ଗୃହ କୁ ସ୍ବତନ୍ତ୍ର ହିଟ୍ ଷ୍ଟ୍ରୋକ ଓ୍ବାର୍ଡରେ ପରିବର୍ତ୍ତନ କରି ୧୦ ଟି ବେଡ୍ ଭାବେ ମୋଟ ୧୬ଟି ବେଡ଼ ପ୍ରସ୍ତୁତ ଥିବା କହିଛନ୍ତି ହସ୍ପିଟାଲ ନିର୍ଦ୍ଦେଶକ । ଏହାସହ ୪ ଜଣ ଷ୍ଟାଫ୍ ନର୍ସଙ୍କୁ ମଧ୍ଯ ଦାୟିତ୍ଵ ଦିଆଯାଇଛି। ରୋଗୀ ମାନଙ୍କୁ ପ୍ରାଥମିକ ଚିକିତ୍ସା ସହ ଓଆରଏସ ପାଣି ଓ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଛି । ହସ୍ପିଟାଲରେ ମଧ୍ୟ ରୋଗୀଙ୍କ ସୁବିଧା ପାଇଁ ପର୍ଯ୍ୟାପ୍ତ ପାନୀୟ ଜଳ ବ୍ୟବସ୍ଥା ହୋଇଥିବା ସେ କହିଛନ୍ତି। ସେହିପରି ସହରରେ ବିଏମସି ପକ୍ଷରୁ ମଧ୍ୟ ଜଳଛତ୍ର ସାଙ୍ଗକୁ ଆନୁସଙ୍ଗିକ ବ୍ୟବସ୍ଥା ହୋଇଥିବା ଅତିରିକ୍ତ କମିଶନର କହିଛନ୍ତି ।  ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ ମୁତାବକ ଆସନ୍ତା ୨ ତାରିଖ ପରଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବା ସହ ଏକ ଟ୍ରଫ୍ ଲାଇନ ପ୍ରଭାବରେ କିଛି ଜିଲ୍ଲାରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।ଫଳରେ ତାତିରୁ ସାମାନ୍ୟ ତ୍ରାହି ମିଳିବାର ସମ୍ଭାବନା ରହିଛି ।

KNews Bureau

Recent Posts

ରାଜ୍ୟରେ କିଛି ସ୍ଥାନରେ ଖୋଲିଲା ସ୍କୁଲ,୧୧ ଜିଲ୍ଲାରେ ୨୦ ଯାଏ ଛୁଟି

ଭୁବନେଶ୍ୱର (କେନ୍ୟୁଜ); ସରିଲା ଗ୍ରୀଷ୍ମ ଅବକାଶ, ଖୋଲିଲା ସ୍କୁଲ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି କିଛି…

1 min ago

ଚଳଚଞ୍ଚଳ ବିଧାନସଭା: ଆଜି ଓ ଆସନ୍ତାକାଲି ଶପଥ ଗ୍ରହଣ କରିବେ ନବନିର୍ବାଚିତ ବିଧାୟକ

ଭୁବନେଶ୍ୱର (କେନ୍ୟୁଜ): ନୂଆ ବିଧାୟକଙ୍କ ସ୍ବାଗତ ପାଇଁ ପ୍ରସ୍ତୁତ ବିଧାନସଭା ।  ଆଜି ଓ ଆସନ୍ତାକାଲି ଶପଥ ନେବେ ନବନିର୍ବାଚିତ…

25 mins ago

ବାଲେଶ୍ବରରେ ଗୋଷ୍ଠୀ ସଂଘର୍ଷ ଘଟଣା : ସହରରେ କର୍ଫ୍ୟୁ; ସ୍କୁଲ, କଲେଜ ଓ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ

ବାଲେଶ୍ବର (କେନ୍ୟୁଜ); ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ପୌରପାଳିକାରେ କର୍ଫ୍ୟୁ ଜାରି। ସହରରେ ସ୍କୁଲ, କଲେଜ ଓ…

36 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…

8 hours ago

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

11 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

11 hours ago