Below header

ସାମାଜିକ ଦୂରତା ରକ୍ଷା କରି ଏବର୍ଷ ମାଟ୍ରିକ ଖାତା ମୂଲ୍ୟାୟନ କରାଯିବ, ବଢିବ ମୂଲ୍ୟାୟନ କେନ୍ଦ୍ର, ସୂଚନା ଦେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

କେନ୍ୟୁଜ(ବ୍ୟୁରୋ): ବଢ଼ିବ ମାଟ୍ରିକ୍ ଖାତା ମୂଲ୍ୟାୟନ କେନ୍ଦ୍ର । ସାମାଜିକ ଦୂରତା ରକ୍ଷା କରି ସମସ୍ତ ଶିକ୍ଷକ ଖାତା ଦେଖିବେ ବୋଲି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।କରୋନା ପାଇଁ ସାମାଜିକ ଦୂରତ୍ୱ ଉପରେ ଗୁରୁତ୍ୱ ଦିଆଯାଉଥିବାରୁ ମୂଲ୍ୟାୟନ କେନ୍ଦ୍ର ସଂଖ୍ୟା ବଢ଼ାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଏହାସହିତ ଖାତା ମୂଲ୍ୟାୟନକାରୀ ଶିକ୍ଷକଙ୍କ ସଂଖ୍ୟା ମଧ୍ୟ ବଢ଼ାଯିବ।ୱେଟିଂ ଲିଷ୍ଟରେ ଥିବା ପରୀକ୍ଷକଙ୍କୁ ଖାତାଦେଖା ଲାଗି ଡକାଯିବ। ଖାତାଦେଖା ଆରମ୍ଭର ୪୫ ଦିନ ଭିତରେ ରେଜଲ୍ଟ ବାହାରିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.